ଆଜିଠୁ ବିହାରରେ ପୁଣି ନୀତିଶ ଯୁଗ । ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ । ନୀତିଶଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ ।
ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉପସ୍ଥିତ ଅଛନ୍ତି । ଏହାସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ସେହିଭଳି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ସାମିଲ ହୋଇଛନ୍ତି। ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ସାମିଲ ହୋଇଛନ୍ତି ।
ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ବ୍ୟତୀତ ଅନ୍ୟ ୨୬ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନାଙ୍କ ବ୍ୟତୀତ ମନ୍ତ୍ରୀ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ବିଜୟ ଚୌଧୁରୀ, ବିଜୟନ୍ଦ୍ର ଯାଦବ, ଶ୍ରାବଣ କୁମାର, ମଙ୍ଗଲ ପାଣ୍ଡେ, ଦିଲୀପ ଜୈସୱାଲ, ଅଶୋକ ଚୌଧୁରୀ, ଲେସୀ ସନ୍ଥ, ରାମିନ ସାହିନୀ, ରାମିନ ସାହିନୀ କୁମାର, ଜାମା ଖାନ, ସଞ୍ଜୟ ସିଂ ଟାଇଗର, ଅରୁଣ ଶଙ୍କର, ସୁରେନ୍ଦ୍ର ମେହେଟ୍ଟା, ନାରାୟଣ ପ୍ରସାଦ, ରାମ ନିଶାଦ, ଲକ୍ଷେନ୍ଦ୍ର କୁମାର ରୋଶନ, ଶ୍ରେୟସୀ ସିଂ, ପ୍ରମୋଦ କୁମାର, ସଞ୍ଜୟ କୁମାର, ସଞ୍ଜୟ କୁମାର ସିଂ ଏବଂ ଦୀପକ ପ୍ରକାଶ।