ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପାଟନାର ଗାନ୍ଧୀ ମଇଦାନରେ ଅନୁଷ୍ଠିତ ହେବ ବୋଲି କୁହା ଯାଉଛି । ଏଥିପାଇଁ ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି । ଗୁରୁବାର ଦିନ ୧୧ ଟାରୁ ୧୨ଟା ମଧ୍ୟରେ ଶପଥ ସମାରୋହ ଉତ୍ସବ ଅନୁଷ୍ଠିତ ହେବ । ମିଳିଥିବା ସୂତ୍ର ଅନୁସାରେ ଶପଥ ସମାରୋହର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ବୁଧବାର ନୀତିଶ କୁମାର ବିଧାୟକ ଦଳ ନେତା ଭାବରେ ନିର୍ବାଚିତ ହେବେ । ଏଥିପାଇଁ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ କେନ୍ଦ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ ଏବଂ ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କୁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି ।
ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର